
ଭୁବନେଶ୍ୱର, ୨୬ ଜୁନ୍ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ରାଜ୍ୟର ୧୯ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ବରଗଡ଼, ଢ଼େଙ୍କାନାଳ, ଅନୁଗୁଳ, ନୂଆପଡା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ସୁଦ୍ଧା ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖ ସକାଳ ଠାରୁ ଜୁଲାଇ ୧ ତାରିଖ ସକାଳ ସୁଦ୍ଧା ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ