ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧରେ ସଚେତନତା କାର୍ଯ୍ୟକ୍ରମ
ବଲାଙ୍ଗିର, ୨୮ ଜୁନ୍ (ହି.ସ.)- ପ୍ରତିବର୍ଷ ଜୁନ୍ ୨୬ ତାରିଖକୁ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ ଭାବେ ପାଳନ କରାଯାଏ । ସମାଜରୁ ନିଶା ସଂସ୍କୃତିକୁ ଦୂର କରିବା, ବିଶେଷକରି ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦ
ବିଶ୍ୱବ୍ୟାପୀ ଆନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ


ବିଶ୍ୱବ୍ୟାପୀ ଆନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ


ବଲାଙ୍ଗିର, ୨୮ ଜୁନ୍ (ହି.ସ.)-

ପ୍ରତିବର୍ଷ ଜୁନ୍ ୨୬ ତାରିଖକୁ ବିଶ୍ୱବ୍ୟାପୀ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ ଭାବେ ପାଳନ କରାଯାଏ । ସମାଜରୁ ନିଶା ସଂସ୍କୃତିକୁ ଦୂର କରିବା, ବିଶେଷକରି ଯୁବପିଢ଼ିଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ପୁଇଁତଲା ସ୍ଥିତ ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ନିଶା ଦ୍ରବ୍ୟର ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧୀ ଦିବସ ଉପଲକ୍ଷେ ଏକ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀଙ୍କୁ ନିଶାର କୁପ୍ରଭାବ ସମ୍ପର୍କରେ ସଚେତନ କରିବା ସହ ସେମାନଙ୍କ ମନରେ ସୁସ୍ଥ ଜୀବନଶୈଳୀ ଓ ସାମାଜିକ ଦାୟିତ୍ୱବୋଧ ସୃଷ୍ଟି କରିବା ଏହି କାର୍ଯ୍ୟକ୍ରମର ପ୍ରମୁଖ ଲକ୍ଷ୍ୟ ଥିଲା l

କାର୍ଯ୍ୟକ୍ରମରେ ମହାବୀର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବିଜୟ ହୋତାଙ୍କ ସମେତ ଅନେକ ବିଶିଷ୍ଟ ଅତିଥି ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇଥିଲେ। ମଞ୍ଚରେ ବଲାଙ୍ଗିର ସିଭିଲ୍ ଜଜ୍ (ଜୁନିଅର ଡିଭିଜନ) ତଥା ସଚିବ ପବିତ୍ରାନନ୍ଦ ପଧାନ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜି. ସି. ମଲ୍ଲିକ ଏବଂ ଜିଲ୍ଲା ନିଶାମୁକ୍ତି କେନ୍ଦ୍ରର ସମାଜସେବୀ ଓ ମନୋରୋଗ ବିଶେଷଜ୍ଞ ଶିବ କର୍ମୀ ଉପସ୍ଥିତ ରହିଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande