
ଭୁବନେଶ୍ୱର, ୨୮ ଜୁନ୍ (ହି.ସ) - ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ବ୍ୟକ୍ତ କରିଛନ୍ତ।
ସୋସିଆଲ ମିଡିଆ ସାଇଟ୍ ଏକ୍ସରେ ଏକ ଶୋକବାର୍ତାରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଉତ୍କଳ ବିଶ୍ୱବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଫେସର ତଥା ଦର୍ଶନ ଶାସ୍ତ୍ରର ବିଶିଷ୍ଟ ବିଦ୍ୱାନ ଶରତ ଚନ୍ଦ୍ର ପାଣିଗ୍ରାହୀଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଶାର ଶିକ୍ଷା, ସାହିତ୍ୟ ଏବଂ ବୌଦ୍ଧିକ ଜଗତକୁ ତାଙ୍କର ଅବଦାନ ଅତୁଳନୀୟ । ବିଶେଷ ଭାବରେ ବୌଦ୍ଧ ଦର୍ଶନ, ଯୋଗ ଓ ଭଗବଦ୍ ଗୀତା ଉପରେ ତାଙ୍କର ଅମୂଲ୍ୟ ଗବେଷଣା ଓ କାର୍ଯ୍ୟ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦ୍?ଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା