
ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ବାଲେଶ୍ୱର ଜିଲ୍ଲାର ରାଜଘାଟରେ ସର୍ବାଧିକ ୯୨.୦ ମି.ମି. ବର୍ଷା ରେକର୍ଡ ହୋଇଛି ।
ସେହିପରି ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୭୬.୦ ମି.ମି., କେନ୍ଦୁଝର ଜିଲ୍ଲାର ଘସିପୁରାରେ ୬୩.୨ ମି.ମି., ଯାଜପୁର ଜିଲ୍ଲାର ଯାଜପୁରରେ ୬୨.୦ ମି.ମି., ଜେନାପୁରରେ ୬୦.୨ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୫୨.୦ ମି.ମି., କେନ୍ଦୁଝର ଜିଲ୍ଲାର ଆନନ୍ଦପୁରରେ ୫୧.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶାମାଖୁଂଟାରେ ୪୭.୦ ମି.ମି., ଚନ୍ଦନପୁରରେ ୪୪.୨ ମି.ମି., ଶୁଳିଆପଦାରେ ୪୧.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୪୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବାରିପଦାରେ ୩୭.୬ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ରେମୁଣାରେ ୩୬.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ