
ଭୁବନେଶ୍ୱର, ୨୯ ଜୁନ୍ (ହି.ସ) - ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି (ସୋମବାର)ପୁରୀରେ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ବାସଭବନରେ ପହଂଚି ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାର କଳା, ସଂସ୍କୃତି ଓ ପର୍ଯ୍ୟଟନର ପ୍ରଚାର ପ୍ରସାର ଉପରେ ଆଲୋଚନା କରିଛନ୍ତି।ରଷିୟାନ୍ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ ଜିତିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା