
ଭୁବନେଶ୍ୱର, 29 ଜୁନ୍ (ହି.ସ.)- ପବିତ୍ର
ଦେବସ୍ନାନ ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ସେୟାର କରି ସେ କହିଛନ୍ତି ଯେ, ପବିତ୍ର ଦେବସ୍ନାନ
ପୂର୍ଣ୍ଣିମାର ଶୁଭ ଅବସରରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ନିକଟରେ ସମସ୍ତଙ୍କ ସୁଖ, ଶାନ୍ତି, ସୁସ୍ୱାସ୍ଥ୍ୟ ଓ ସମୃଦ୍ଧି କାମନା କରୁଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା