ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ଜୁନ୍ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ଜୁଲାଇ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପ
ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ଜୁନ୍ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଅର୍ଥାତ୍ ଆସନ୍ତା ଜୁଲାଇ ୭ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାରେ ଭୀଷଣ ବର୍ଷା ଏବଂ ଅନ୍ୟ କେତେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୯ ଜିଲ୍ଲା(ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣରୁ ଅତି ଭୀଷଣ ବର୍ଷା ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ରହିପାରେ । ଭୀଷଣ ବର୍ଷା ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ରହିପାରେ ।

୧ ତାରିଖ ସକାଳ ଠାରୁ ୨ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବରଗଡ଼, ସୋନପୁର, ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande