ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୪ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେ
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୪ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୫ ଦିନ ଅର୍ଥାତ୍ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ନୟାଗଡ଼, ଅନୁଗୁଳ, ବୌଦ୍ଧ, ଗଞ୍ଜାମ, ଗଜପତି, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, କଳାହାଣ୍ଡି ।

ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୫ ତାରିଖ ୧୯ ଜିଲ୍ଲା, ୬ ତାରିଖ ୧୧ ଜିଲ୍ଲା, ୭ ତାରିଖ ୧୧ ଜିଲ୍ଲା ଏବଂ ୮ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande