ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ସର୍ବାଧିକ ୭୩.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୪ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ସର୍ବାଧିକ ୭୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଢ଼େଙ୍କାନାଳ ଜିଲ୍ଲାର ଗନ୍ଦିଆରେ ୭୦.୫ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୪୫.୦ ମି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ସର୍ବାଧିକ ୭୩.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୪ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଞ୍ଜାମ ଜିଲ୍ଲାର ବୁଗୁଡ଼ାରେ ସର୍ବାଧିକ ୭୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଢ଼େଙ୍କାନାଳ ଜିଲ୍ଲାର ଗନ୍ଦିଆରେ ୭୦.୫ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୪୫.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୩୯.୨ ମି.ମି., ଭଦ୍ରକ ଜିଲ୍ଲାର ତିହିଡ଼ିରେ ୨୨.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୨୦.୧ ମି.ମି., ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୨୦.୦ ମି.ମି., ଅନୁଗୁଳ ଜିଲ୍ଲାର ପାଲଲହଡ଼ାରେ ୧୭.୪ ମି.ମି., ନବରଙ୍ଗପୁର ଜିଲ୍ଲାର ଉମରକୋଟରେ ୧୭.୨ ମି.ମି., ଭଦ୍ରକ ଜିଲ୍ଲାର ଆଖୁଆପଦାରେ ୧୬.୮ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୧୬.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ଖୋର୍ଦ୍ଧା(ପିଟିଓ)ରେ ୧୫.୦ ମି.ମି. ଏବଂ ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୧୪.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande