
ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ଆଗାମୀ ୫ ଦିନ ଅର୍ଥାତ୍ ଜୁନ୍ ୫ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା କାଳବୈଶାଖୀ ସମ୍ଭାବନା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୬ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବଲାଙ୍ଗିର, ନୂଆପଡା । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୨୪ ଜିଲ୍ଲା, ୮ ତାରିଖ ସକାଳ ଠାରୁ ୯ ତାରିଖ ସକାଳ ସୁଦ୍ଧା ୨୪ ଜିଲ୍ଲା, ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ