ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ଗଜପତି ଜିଲ୍ଲାର ଗୋସାଣିରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଗୋସାଣିରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୫୨.୪ ମି.ମି., ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ରେ ୩୭.୦ ମି.ମି
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ରେକର୍ଡ଼ ହୋଇଥିବା ବର୍ଷା : ଗଜପତି ଜିଲ୍ଲାର ଗୋସାଣିରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ଗଜପତି ଜିଲ୍ଲାର ଗୋସାଣିରେ ସର୍ବାଧିକ ୫୮.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କୋରାପୁଟ ଜିଲ୍ଲାର ପଟାଙ୍ଗିରେ ୫୨.୪ ମି.ମି., ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ରେ ୩୭.୦ ମି.ମି., କୋରାପୁଟ ଜିଲ୍ଲାର ସିମିଳିଗୁଡ଼ାରେ ୩୭.୦ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୩୪.୬ ମି.ମି., ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୩୨.୦ ମି.ମି., ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୨୯.୪ ମି.ମି., ମାଲକାନଗିରି ଜିଲ୍ଲାର ମାଥିଲିରେ ୨୫.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୨୨.୦ ମି.ମି., ନୟାଗଡ଼ ଜିଲ୍ଲାର ରଣପୁରରେ ୧୯.୨ ମି.ମି., ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୧୮.୦ ମି.ମି., କଟକ ଜିଲ୍ଲାର ନରସିଂହପୁରରେ ୧୭.୦ ମି.ମି. ଏବଂ କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୧୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande