
ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୩ ଦିନ ଅର୍ଥାତ୍ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ଗଞ୍ଜାମ, ଗଜପତି, ବଲାଙ୍ଗିର ଏବଂ କଳାହାଣ୍ଡି ।
ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୮ ତାରିଖ ୧୪ ଜିଲ୍ଲା, ୯ ତାରିଖ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ