
ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ୮୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡାରେ ୭୫.୦ ମି.ମି., ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୪୮.୦ ମି.ମି., ନୂଆଗାଁରେ ୪୪.୧ ମି.ମି., ଓଡ଼ଗାଁରେ ୩୯.୦ ମି.ମି., ଗଞ୍ଜାମ ଜିଲ୍ଲାର ଆସ୍କାରେ ୩୭.୦ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୩୨.୩ ମି.ମି., ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ୩୦.୦ ମି.ମି., ବୋଲଗଡ଼ରେ ୨୯.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଉଦଳାରେ ୨୬.୧ ମି.ମି., ବେତନଟିରେ ୨୬.୦ ମି.ମି., ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡିରେ ୨୬.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୨୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ