
ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଗରମ ରାତି ନେଇ ଆଗାମୀ ୨ ଦିନ ଅର୍ଥାତ୍ ଜୁନ୍ ୭ ଓ ୮ ତାରିଖ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଗରମ ରାତି ନେଇ ୭ ତାରିଖ ୩ ଜିଲ୍ଲା (ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଗରମ ରାତି ନେଇ ୮ ତାରିଖ ୩ ଜିଲ୍ଲା (ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ