
ଭୁବନେଶ୍ୱର, ୦୮ ଜୁନ (ହି.ସ) - ଗଞ୍ଜାମ ଜିଲ୍ଲା ଚିକିଟି ତହସିଲର ବାସୁଦେବ ସାହୁ (ପିତା – କୃଷ୍ଣ ଚନ୍ଦ୍ର ସାହୁ) ଙ୍କର ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା