ଚିଲିକା ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ
ଖୋର୍ଦ୍ଧା, 08 ଜୁନ୍ (ହି.ସ.) - ଚିଲିକା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ପାରମାଣିକ ସ୍ମିତ ପୁରୁଷୋତ୍ତମ ଦାସ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠ
Abhijog


ଖୋର୍ଦ୍ଧା, 08 ଜୁନ୍ (ହି.ସ.) - ଚିଲିକା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଅମ୍ରିତ୍ ଋତୁରାଜ ଏବଂ ନୂତନ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଆରକ୍ଷୀ ଅଧିକ୍ଷକ ପାରମାଣିକ ସ୍ମିତ ପୁରୁଷୋତ୍ତମ ଦାସ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ ସଂକଳ୍ପ ସ୍ଵସ୍ତିକ ସାହୁ, ଚିଲିକା ପଂଚାୟତ ସମିତି ଅଧ୍ୟକ୍ଷା ଜ୍ୟୋସ୍ନା ରାଣୀ ବେହେରା, ଉପାଧ୍ୟକ୍ଷ, ଅରୁଣ କୁମାର ପଟ୍ଟନାୟକ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ, ଓଡ଼ିଶା ସରକାର ଙ୍କ ଓ ଏସ ଡି , ରୋଷନ ଶତପଥୀ,ପୁରୀ ସାଂସଦଙ୍କ ପ୍ରତିନିଧି, ଦୀନବନ୍ଧୁ ସାହୁ,ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର , ଚିଲିକା ବ୍ଲକ ଉନ୍ନୟନ ଅଧିକାରୀ ପୁନମ ମହାପାତ୍ର, ତହସିଲଦାର କାହ୍ନୁ ଚରଣ ଘଡ଼ାଇ,ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ପ୍ରମୁଖ ଆଜିର ଏହି ପ୍ରଶାସନିକ ଜନ ଅଭିଯୋଗ ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ଜିଲ୍ଲାପାଳଙ୍କୁ ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୫୩ଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୪୪ ଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୦୯ ଟି ସାମୂହିକ ସମସ୍ୟା ଜନିତ ଅଭିଯୋଗ ଥିଲା l ଜିଲ୍ଲାପାଳ ଅଭିଯୋଗ ଶିବିରରେ ୧୫ଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି

ଶିବିରରେ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ, ଜନ ପ୍ରତିନିଧି ବୃନ୍ଦ ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦେଇଥିଲେ l

---------------

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande