ବଲାଙ୍ଗିର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ
ବଲାଙ୍ଗିର, ୦୮ ଜୁନ୍ (ହି.ସ.) - ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏହି ଜନ ଅଭିଯୋଗ ଶୁଣାଣୀରେ ବଲାଙ୍ଗିର ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ସମୁଦ
ବଲାଙ୍ଗିର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ


ବଲାଙ୍ଗିର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ


ବଲାଙ୍ଗିର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ


ବଲାଙ୍ଗିର, ୦୮ ଜୁନ୍ (ହି.ସ.) - ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ସଇଁନ୍ତଲା ପଂଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । ଏହି ଜନ ଅଭିଯୋଗ ଶୁଣାଣୀରେ ବଲାଙ୍ଗିର ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଗୌରୱ ଶିୱାଜୀ ଇସଲୱାର ଉପସ୍ଥିତ ରହି ସମୁଦାୟ ୧୦୨ଟି ଅଭିଯୋଗର ଶୁଣାଣୀ କରିଥିଲେ । ସେଥିରୁ ୭୫ଟି ବ୍ୟକ୍ତିଗତ ଅଭିଯୋଗ ଓ ୨୭ଟି ସାମୁହିକ ଅଭିଯୋଗ ରହିଥିଲା । ଜନସାଧାରଣଙ୍କ ଦ୍ୱାରା ଆଗତ ୨୮ଟି ମାମଲାର ଅଭିଯୋଗ ଓ ସମସ୍ୟାଗୁଡିକୁ ତୁରନ୍ତ ସମାଧାନ କରାଯାଇଥିଲା । ଶିବିରରେ ଜିଲ୍ଲାପାଳ ପ୍ରତ୍ୟେକ ଅଭିଯୋଗର ଗୁରୁତ୍ୱକୁ ଅନୁଧ୍ୟାନ କରି, ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରି ନିର୍ଦ୍ଧାରିତ ସମୟସୀମାରେ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଗତ ଅଭିଯୋଗ ଶୁଣାଣିରେ ପ୍ରାପ୍ତ ଅଭିଯୋଗଗୁଡ଼ିକର ଫଇସଲା ସ୍ଥିତି ସମ୍ପର୍କରେ ମଧ୍ୟ ଜିଲ୍ଲାପାଳ ସମୀକ୍ଷା କରିଥିଲେ ଏବଂ ଅବଶିଷ୍ଟ ମାମଲାଗୁଡ଼ିକର ଶୀଘ୍ର ସମାଧାନ ଉପରେ ଗୁରୁତ୍ୱ ଦେଇଥିଲେ।

ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର?୍ୟ୍ୟନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପୁଷ୍ପାଞ୍ଜଳି ମିଶ୍ର, ଜିଲ୍ଲା ଶିକ୍ଷାଧିକାରୀ ସୁଧାଂଶୁ ମିଶ୍ର , ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି, ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ କୁମାର ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଦନଜିତ ହୋତା, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶୋଭିନା ଭୋଇଙ୍କ ସହିତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande