

ଭୁବନେଶ୍ୱର, ୮ ଜୁନ୍ (ହି.ସ.)- ଭୀଷଣ ବର୍ଷା ନେଇ ୧୧ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଭୀଷଣ ବର୍ଷା ନେଇ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଭୀଷଣ ବର୍ଷା ନେଇ ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ