ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୪ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୮ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୪ ଦିନ ଅର୍ଥାତ୍ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ
ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୪ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୮ ଜୁନ୍ (ହି.ସ.)- ଗରମ ଓ ଗୁଳୁଗୁଳି ନେଇ ଆଗାମୀ ୪ ଦିନ ଅର୍ଥାତ୍ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ଓ ଗୁଳୁଗୁଳି ନେଇ ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ।

ଅନୁରୂପ ଭାବେ ଗରମ ଓ ଗୁଳୁଗୁଳି ନେଇ ୯ ତାରିଖ ୧୧ ଜିଲ୍ଲା, ୧୦ ତାରିଖ ୧୧ ଜିଲ୍ଲା ଏବଂ ୧୧ ତାରିଖ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande