
ଭୁବନେଶ୍ୱର, ୮ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ସର୍ବାଧିକ ୫୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ଚନ୍ଦନପୁରରେ ୫୦.୪ ମି.ମି., କପ୍ତିପଦାରେ ୪୯.୦ ମି.ମି., ବାଲେଶ୍ୱର ଜିଲ୍ଲାର ଖଇରାରେ ୪୭.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଜି.ବି. ନଗରରେ ୪୪.୦ ମି.ମି., ବାଲେଶ୍ୱର ଜିଲ୍ଲାର ସୋରୋରେ ୪୦.୦ ମି.ମି., ବାହାନଗାରେ ୪୦.୦ ମି.ମି., ଔପଦାରେ ୪୦.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକୃଳିରେ ୩୯.୬ ମି.ମି., ରରୁଆଁରେ ୩୮.୦ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୩୭.୦ ମି.ମି., ଭଦ୍ରକ ଜିଲ୍ଲାର ବାସୁଦେବପୁରରେ ୩୭.୦ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ଏନଏଚ-୫, ଗୋବିନ୍ଦପୁରରେ ୩୬.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ