ପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳା , ପ୍ରଶିକ୍ଷଣ ନେବେ ୧୨୦ ଜଣ ପିଜିଟି
ଭୁବନେଶ୍ୱର, ୦୮ ଜୁନ (ହି.ସ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦିଗଦର୍ଶନ କର୍ମଶାଳାର
ପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳା , ପ୍ରଶିକ୍ଷଣ ନେବେ ୧୨୦ ଜଣ ପିଜିଟି


ଭୁବନେଶ୍ୱର, ୦୮ ଜୁନ (ହି.ସ)- ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦିଗଦର୍ଶନ କର୍ମଶାଳାର ଆୟୋଜନ କରାଯାଇଛି । ଶିରିପୁରସ୍ଥିତି ଇମେଜ୍ ଠାରେ ପ୍ରାୟ ୧୨୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।

ଏହି ଅବସରରେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦର ନିର୍ଦ୍ଦେଶକ ମଧୁସ୍ମିତା ସାହୁ, ପିଜିଟି ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ। ଛାତ୍ର ଓ ଶିକ୍ଷକ ମଧ୍ୟରେ ରହୁଥିବା ବ୍ୟବଧାନକୁ ଚିହ୍ନଟ କରି ଏହାର ସମାଧାନ କରିବାକୁ ଶ୍ରୀମତୀ ସାହୁ ପରାମର୍ଶ ଦେଇଛନ୍ତି । ସେହିପରି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀମତୀ ପଟ୍ଟନାୟକ ଉଦବୋଧନ ଦେଇ ପିଜିଟି ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ସର୍ବଦା ଜ୍ଞାନ ଆହରଣ ପ୍ରକ୍ରିୟା ଜାରି ରଖିବାକୁ ଉପଦେଶ ଦେଇଛନ୍ତି। ଶିକ୍ଷା ଦେବା ନିମନ୍ତେ ନିଜେ ଶିକ୍ଷା ଗ୍ରହଣ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଦିଗଦର୍ଶନ କର୍ମଶାଳା ମାଧ୍ୟମରେ ଶିକ୍ଷକମାନେ ଯାହା ଶିଖିକି ଯାଇଥାନ୍ତି, ତାହା ଛାତ୍ରଛାତ୍ରୀମାନଙ୍କୁ ଦକ୍ଷ କରିବାରେ ସହାୟକ ହୋଇଥାଏ

ଏଥିସହ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ମାଳି ସ୍ୱାଗତ ଅଭିଭାଷଣ ରଖି କର୍ମଶାଳାର ବିସ୍ତୃତି ବିବରଣୀ ପ୍ରଦାନ କରିଥିଲେ । ଉପନିର୍ଦ୍ଦେଶକ ଶ୍ରୀମତୀ ବିଜୟଲକ୍ଷ୍ମୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଉପନିର୍ଦ୍ଦେଶକ ଶ୍ରୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ, ପିଜିଟି ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନେଇ ଆୟୋଜିତ ଦିଗଦର୍ଶନ କର୍ମଶାଳା ଦୁଇଟି ପର୍ଯ୍ୟାୟରେ ଆୟୋଜନ କରାଯିବ । ପ୍ରଥମ ପର୍ଯ୍ୟାୟ ଜୁନ୍ ୮ ରୁ ଜୁନ୍ ୧୨ ତାରିଖ ଯାଏଁ ଅନୁଷ୍ଠିତ ହେଉଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟ କର୍ମଶାଳା ଜୁନ୍ ୧୬ ତାରିଖରୁ ଜୁନ୍ ୨୦ ତାରିଖ ଯାଏଁ ଅନୁଷ୍ଠିତ ହେବ । ପ୍ରଥମ ପର୍ଯ୍ୟାୟରେ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ, ବାଣିଜ୍ୟର ୧୨୦ ଜଣ ପିଜିଟି ଯୋଗ ଦେଇଛନ୍ତି । ଏହି କର୍ମଶାଳାରେ ଜାତୀୟ ଶିକ୍ଷା ନୀତି ୨୦୨୦ ର ବିଭିନ୍ନ ଦିଗ, ଆଇସିଟିର ବ୍ୟବହାର, ଓଡିଶା ଏଜୁକେସନ୍ ରୁଲ୍, ସାମ୍ସ ଓ ଶିକ୍ଷାଜ୍ୟୋତି ପୋର୍ଟାଲର ବ୍ୟବହାର, ପୋଶ୍ ଆକ୍ଟ, ଛାତ୍ରବୃତି, ପ୍ରଶାସନିକ ଭୂମିକା, ପରୀକ୍ଷା ଏବଂ ମୂଲ୍ୟାଙ୍କନ ଯୋଜନା, କ୍ୟାରିଅର ମାର୍ଗଦର୍ଶନ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯିବ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande