ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର : ୧୦୫ଟି ଅଭିଯୋଗର ହେଲା ଶୁଣାଣୀ, ୬ଟି ଅଭିଯୋଗର ହେଲା ତତ୍କାଳ ସମାଧାନ
ରାଇରଙ୍ଗପୁର, ୮ ଜୁନ୍ (ହି.ସ.)- ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଅଜିତ କୁମାରଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ର
ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର : ୧୦୫ଟି ଅଭିଯୋଗର ହେଲା ଶୁଣାଣୀ, ୬ଟି ଅଭିଯୋଗର ହେଲା ତତ୍କାଳ ସମାଧାନ


ରାଇରଙ୍ଗପୁର, ୮ ଜୁନ୍ (ହି.ସ.)- ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ ଅଜିତ କୁମାରଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ରାଇରଙ୍ଗପୁର ଉପଜିଲ୍ଲାପାଳ ଉଗ୍ରସେନ ଓରାମ, ରାଇରଙ୍ଗପୁର ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଯଦୁନାଥ ଜେନା, ଅତିରିକ୍ତ ଉପଜିଲ୍ଲାପାଳ ଶ୍ରୀମତୀ ବାସନ୍ତୀ ଲାକ୍ରା ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଅଧିକ୍ଷକ ଡା. ରବୀନ୍ଦ୍ର ନାଥ ମାର୍ଣ୍ଡି ପ୍ରମୁଖ ଯୋଗ ଦେଇଥିଲେ।

ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ। ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୧୦୫ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୮୩ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୨୨ଟି ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା। ୧୦୫ଟି ଅଭିଯୋଗ ମଧ୍ୟରୁ ୬ଟି ଅଭିଯୋଗର ତତ୍କାଳ ସମାଧାନ ହୋଇଥିଲା। ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି।

ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ, ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅନ୍ୟାନ୍ୟ ବିଭାଗୀୟ ବ୍ଲକ ସ୍ତରୀୟ ଅଧିକାରୀଙ୍କ ସମେତ ବିଭିନ୍ନ ଲାଇନ ବିଭାଗର ଅଧିକାରୀଗଣ ଉପସ୍ଥିତ ଥିଲେ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande