କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୮ ଜୁନ୍ (ହି.ସ.)- କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ଆସନ୍ତା ୧୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲା(ମୟୂ
କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୮ ଜୁନ୍ (ହି.ସ.)- କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୮ ତାରିଖ ସକାଳ ଠାରୁ ଆସନ୍ତା ୧୫ ତାରିଖ ସକାଳ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।

ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୟାଗଡ. କୋରାପୁଟ, ମାଲକାନଗିରି )କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୯ ତାରିଖ ସକାଳ ଠାରୁ ୧୦ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୦ ତାରିଖ ସକାଳ ଠାରୁ ୧୧ ତାରିଖ ସକାଳ ସୁଦ୍ଧା ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୧ ତାରିଖ ସକାଳ ଠାରୁ ୧୨ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା, ୧୨ ତାରିଖ ସକାଳ ଠାରୁ ୧୩ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା, ୧୩ ତାରିଖ ସକାଳ ଠାରୁ ୧୪ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା ଏବଂ ୧୪ ତାରିଖ ସକାଳ ଠାରୁ ୧୫ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande