
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୧୬ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଅତ୍ୟଧିକ ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୫ ଜିଲ୍ଲା(ଦେବଗଡ଼, ସମ୍ବଲପୁର, ସୋନପୁର, ଅନୁଗୁଳ, ବୌଦ୍ଧ)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୧୮ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଗଜପତି, କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଭୀଷଣ ବର୍ଷା ନେଇ ୭ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ନୂଆପଡା, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ପର୍ଯ୍ୟନ୍ତ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୭ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ନୂଆପଡା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୮ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଢ଼େଙ୍କାନାଳ, ନୟାଗଡ଼, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ଭୀଷଣ ବର୍ଷା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୧୨ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ