
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୨ଟି ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା ହୋଇଥିବା ବେଳେ ୧୦ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୬୯ ସ୍ଥାନରେ ଭୀଷଣ ବର୍ଷା ହୋଇଛି । କଟକ ଜିଲ୍ଲାର ବାଙ୍କୀରେ ସର୍ବାଧିକ ୨୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଅନୁଗୁଳ ଜିଲ୍ଲାର ଅନୁଗୁଳରେ ୨୦୬.୦ ମି.ମି., ତାଳଚେରରେ ୧୯୫.୦ ମି.ମି., କଟକ ଜିଲ୍ଲାର ତିଗିରିଆରେ ୧୭୧.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ପର୍ଜଙ୍ଗରେ ୧୪୨.୦ ମି.ମି., ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ୧୪୦.୦ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୧୩୨.୩ ମି.ମି., କେନ୍ଦୁଝର ଜିଲ୍ଲାର ହାଟଡିହିରେ ୧୩୧.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ୧୨୦.୦ ମି.ମି., ଜଗତସିଂହପୁର ଜିଲ୍ଲାର ରଘୁନାଥପୁରରେ ୧୧୭.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳରେ ୧୧୬.୨ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳ(ପିଟିଓ)ରେ ୧୧୬.୦ ମି.ମି., ଜଗତସିଂହପୁର ଜିଲ୍ଲାର ବିରିଡ଼ିରେ ୧୧୫.୦ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ