ଜୁଲାଇ ୧୬ରୁ ୧୮ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଜୁଲାଇ ୧୬ରୁ ୧୮ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଏହି ସମୟରେ ଓଡ଼ିଶା ଉପକୂଳ
ଜୁଲାଇ ୧୬ରୁ ୧୮ ତାରିଖ ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୧୬ ଜୁଲାଇ (ହି.ସ.)- ଆଗାମୀ ୩ ଦିନ ଅର୍ଥାତ୍ ଜୁଲାଇ ୧୬ରୁ ୧୮ ତାରିଖ ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।

ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୪୫ରୁ ୫୫ କି.ମି. ତଥା ଏହାର ଝଟକା ୬୫ କି.ମି. ଛୁଇଁପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande