
ଭୁବନେଶ୍ୱର, 16 ଜୁଲାଇ (ହି.ସ.) - ପବିତ୍ର
ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ପିଏମ ମୋଦି
। ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପବିତ୍ର
ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ
ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ
ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା,
ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ ।
ପିଏମ ମୋଦି କହିଛନ୍ତି ଯେ, ମହାପ୍ରଭୁ
ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ,
ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ
ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ । ଜୟ ଜଗନ୍ନାଥ!
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା