
ନୂଆଦିଲ୍ଲୀ, 16 ଜୁଲାଇ (ହି.ସ.)- ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ଶୁଭକାମନା
ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା
ଜାରି କରି ସେ କହିଛନ୍ତି ଯେ, ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ଦେଶବିଦେଶରେ ରହୁଥିବା
ଶ୍ରୀଜଗନ୍ନାଥଙ୍କ ଭକ୍ତଗଣଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜ୍ଞାପନ କରୁଅଛି । ଏହି ମହାପର୍ବରେ
ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର, ଭଗିନୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସହିତ ରଥାରୂଢ଼ ହୋଇ
ଭକ୍ତମାନଙ୍କ ସହିତ ମିଳିତ ହୁଅନ୍ତି । ଭକ୍ତ ଓ ଭଗବାନଙ୍କ ମିଳନର ଏହି ପର୍ବ ବିଶ୍ଵରେ ବିରଳ ।
ଏହି ଶୁଭ ଅବସରରେ ଦେଶ ଓ ଦେଶବାସୀଙ୍କ ସୁଖ ସମୃଦ୍ଧି ନିମନ୍ତେ ମୁଁ ମହାପ୍ରଭୁଙ୍କ ନିକଟରେ
ପ୍ରାର୍ଥନା କରୁଅଛି । ଜୟ ଜଗନ୍ନାଥ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା