ଭୀଷଣ ବର୍ଷା ନେଇ ଆଗାମୀ ୪ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୪ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା (ବରଗଡ଼, ସୋନପୁର, ବଲାଙ୍ଗ
ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୪ ଦିନ ଅର୍ଥାତ୍ ୧୭ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଆଗାମୀ ୨୪ ଘଂଟା ପାଇଁ ୪ ଜିଲ୍ଲା (ବରଗଡ଼, ସୋନପୁର, ବଲାଙ୍ଗିର, ବୌଦ୍ଧ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୧୨ରୁ ୨୦ ସେ.ମି. ପର୍ଯ୍ୟନ୍ତ ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷା ନେଇ ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା(ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ବଲାଙ୍ଗିର, ନୂଆପଡା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଅନୁରୂପ ଭାବେ ଭୀଷଣ ବର୍ଷା ନେଇ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର) ଏବଂ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୩ ଦିନ ଅର୍ଥାତ୍ ୨୧ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande