
ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତ୍ୟଧିକ ଭୀଷଣ ବର୍ଷା ହୋଇଥିବା ବେଳେ ୯ଟି ସ୍ଥାନରେ ଅତି ଭୀଷଣ ବର୍ଷା ଏବଂ ୪୮ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । କେନ୍ଦୁଝର ଜିଲ୍ଲାର ହାଟଡ଼ିହିରେ ସର୍ବାଧିକ ୨୧୦.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ବରଗଡ଼ ଜିଲ୍ଲାର ଅତାବିରାରେ ୧୬୦.୪ ମି.ମି., ସମ୍ବଲପୁର ଜିଲ୍ଲାର ବୁର୍ଲାରେ ୧୪୫.୧ ମି.ମି., ହିରାକୁଦରେ ୧୪୦.୦ ମି.ମି., ବରଗଡ଼ ଜିଲ୍ଲାର ପଦ୍ମପୁରରେ ୧୪୦.୦ ମି.ମି., ସମ୍ବଲପୁର ଜିଲ୍ଲାର ସମ୍ବଲପୁରରେ ୧୩୮.୮ ମି.ମି., ବଲାଙ୍ଗିର ଜିଲ୍ଲାର ବଙ୍ଗମୁଣ୍ଡାରେ ୧୩୨.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଲଇକେରାରେ ୧୩୧.୧ ମି.ମି., ସମ୍ବଲପୁର ଜିଲ୍ଲାର ଧନକଉଡ଼ାରେ ୧୨୮.୮ ମି.ମି., ବୌଦ୍ଧ ଜିଲ୍ଲାର ହରଭଙ୍ଗାରେ ୧୨୦.୦ ମି.ମି., ବଲାଙ୍ଗିର ଜିଲ୍ଲାର ଦେଓଗାଁରେ ୧୧୫.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର କୋଲାବିରାରେ ୧୦୯.୨ ମି.ମି. ଏବଂ କିରମରାରେ ୧୦୮.୨ ମି.ମି. ବର୍ଷା ରେକର୍ଡ ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ