ଆଜି ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ
ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଶୁକ୍ରବାର ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି । ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍
ଆଜି ମତ୍ସ୍ୟଜିବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ


ଭୁବନେଶ୍ୱର, ୧୭ ଜୁଲାଇ (ହି.ସ.)- ଶୁକ୍ରବାର ପାଗ ଖରାପ ରହିବା ସହିତ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି । ତେଣୁ ମତ୍ସ୍ୟଜିବୀ ମାନଙ୍କୁ ଓଡ଼ିଶା ଉପକୂଳ ଏବଂ ବାହାର ସମୁଦ୍ର ମଧ୍ୟକୁ ମାଛ ଧରିବାକୁ ଯିବାକୁ ବାରଣ କରାଯାଇଛି ।

ଏହି ସମୟରେ ଓଡ଼ିଶା ଉପକୂଳ ସମୁଦ୍ର ଏବଂ ବାହାରେ ପବନର ବେଗ ଘଂଟା ପ୍ରତି ୩୫ରୁ ୪୫ କି.ମି. ତଥା ଏହାର ଝଟକା ୫୫ କି.ମି. ଛୁଇଁପାରେ । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande