ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଚିକିତ୍ସା ପାଇଁ ହସ୍ପିଟଲାରେ ଭର୍ତି, ଆଶୁ ଆରୋଗ୍ୟ କାମନା କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ଭଦ୍ରକ, ୧୭ ଜୁଲାଇ (ହି.ସ.) - ଭଦ୍ରକ ଜିଲାର ବରିଷ୍ଠ ବିଜୁ ଜନତା ଦଳର ନେତା ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଏବଂ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଶାରୀରିକ ଅସୁସ୍ଥତା କାରଣରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି। ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ସ୍ୱା
PRAFULLA SAMAL MEDICAL RE VARTI


ଭଦ୍ରକ, ୧୭ ଜୁଲାଇ (ହି.ସ.) - ଭଦ୍ରକ ଜିଲାର ବରିଷ୍ଠ ବିଜୁ ଜନତା ଦଳର ନେତା ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଏବଂ ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଶାରୀରିକ ଅସୁସ୍ଥତା କାରଣରୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତି ହୋଇଛନ୍ତି। ଆଇସିୟୁରେ ତାଙ୍କ ଚିକିତ୍ସା ଚାଲିଛି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ବୁଝିବା ପାଇଁ ପ୍ରଫୁଲ୍ଲ ଘଡେଇ, ପୂର୍ବତନ ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର, ଭଦ୍ରକ ଜିଲା ସଭାପତି ବିଧାୟକ ବ୍ୟୋମକେଶ ରାୟ, ଭଣ୍ଡାରିପୋଖରୀ ବିଧାୟକ ସଂଜୀବ ମଲ୍ଲିକ, ସାଂସଦ ସୁବାଶିଷ ଖୁଂଟିଆ, ପୁରୀ ଜିଲା ସଭାପତି ଉମାସାମନ୍ତ ରାୟ, ପୂର୍ବତନ ମନ୍ତ୍ରୀ ସଂଜୟ ଦାସବର୍ମା, ପୂର୍ବତନ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ପ୍ରମୁଖ ଦଳର ବହୁ ନେତା ଓ କର୍ମୀ ଶ୍ରୀ ସାମଲଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଡାକ୍ତରଙ୍କ ସହିତ ତାଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଆଲୋଚନା କରିଥିଲେ। ଏହାବ୍ୟତୀତ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ଶ୍ରୀ ସାମଲଙ୍କର ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି।ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande