ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ବଲାଙ୍ଗୀର1 17 ଜୁଲାଇ (ହି.ସ.) ରେଳ ଭିତ୍ତିଭୂମିର ରୂପାନ୍ତର ଏବଂ ଯାତ୍ରୀମାନଙ୍କ ସୁବିଧା ବୃଦ୍ଧି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଦେଶବ୍ୟାପୀ ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍ଘାଟନ କର
ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ


ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ


ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ


ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ


ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନର ଶୁଭଉଦ୍ଘାଟନ  କଲେ ପ୍ରଧାନମନ୍ତ୍ରୀ


ବଲାଙ୍ଗୀର1 17 ଜୁଲାଇ (ହି.ସ.)

ରେଳ ଭିତ୍ତିଭୂମିର ରୂପାନ୍ତର ଏବଂ ଯାତ୍ରୀମାନଙ୍କ ସୁବିଧା ବୃଦ୍ଧି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ଦେଶବ୍ୟାପୀ ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍ଘାଟନ କରିଛନ୍ତି। ଏହି କ୍ରମରେ, ଓଡ଼ିଶାର ସାତୋଟି ପୁନନିର୍ମିତ ରେଳ ଷ୍ଟେସନ ବଲାଙ୍ଗୀର, ବରପାଲି, ପାରଳାଖେମୁଣ୍ଡି, ତାଳଚେର, କେସିଙ୍ଗା, ବାରିପଦା ଏବଂ ବିମଲଗଡ଼କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରାଯାଇଛି। ପ୍ରାୟ ୧୦୯ କୋଟି ଟଙ୍କାର ବ୍ୟୟରେ ପୁନନିର୍ମିତ ଏହି ଷ୍ଟେସନଗୁଡ଼ିକ, ସେମାନଙ୍କର ସମ୍ପୃକ୍ତ ଅଞ୍ଚଳର ସାଂସ୍କୃତିକ ପରିଚୟ , ସ୍ଥାପତ୍ୟ କଳା ଓ ଐତିହ୍ୟକୁ ସଂରକ୍ଷଣ କରିବା ସହିତ ଆଧୁନିକ, ଯାତ୍ରୀ କେନ୍ଦ୍ରିକ ରେଳ ଷ୍ଟେସନ ବିକଶିତ କରିବା ପାଇଁ ଭାରତ ସରକାରଙ୍କ ଦୃଷ୍ଟିକୋଣକୁ ପ୍ରତିଫଳିତ କରୁଛି। ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ରେଳ ଷ୍ଟେସନଗୁଡ଼ିକର ସାମଗ୍ରିକ ବିକାଶ କରାଯାଇଛି। ଏଥିରେ ଆଧୁନିକ ଷ୍ଟେସନ ଭବନ, ଉନ୍ନତ ଚଳାଚଳ ପରିସର , ଅତ୍ୟାଧୁନିକ ପ୍ରତୀକ୍ଷାଳୟ, ଆଧୁନିକ ଶୌଚାଳୟ, ଉନ୍ନତ ପ୍ଲାଟଫର୍ମ ଛାଉଣି , ଡିଜିଟାଲ ଯାତ୍ରୀ ସୂଚନା ପ୍ରଣାଳୀ, ଉନ୍ନତ ଆଲୋକୀକରଣ, ମାନକ ସୂଚନାଫଳକ ଏବଂ ବହୁମାଧ୍ୟମ ପରିବହନ ସଂଯୋଗୀକରଣ ଭଳି ଯାତ୍ରୀ ସୁବିଧା ଅନ୍ତର୍ଭୁକ୍ତ। ପରିଚାଳନାଗତ ଆବଶ୍ୟକତା ଓ ପ୍ରତ୍ୟେକ ଷ୍ଟେସନର ବିଶେଷ ଚାହିଦାକୁ ଦୃଷ୍ଟିରେ ରଖି, ଉପଯୁକ୍ତ ଷ୍ଟେସନଗୁଡ଼ିକରେ ଲିଫ୍ଟ ସୁବିଧା ସହିତ ୧୨ ମିଟର ଚଉଡ଼ା ପାଦଚଲା ଓଭରବ୍ରିଜ୍ (ଏଫ୍ଓବି) ନିର୍ମାଣ କରାଯାଇଛି, ଯାହା ଦିବ୍ୟାଙ୍ଗ ଓ ବୃଦ୍ଧ ଯାତ୍ରୀଙ୍କ ସମେତ ସମସ୍ତଙ୍କ ପାଇଁ ବାଧାମୁକ୍ତ ଯାତାୟାତ ସୁନିଶ୍ଚିତ କରିବ। ଏହା ସହ ଷ୍ଟେସନ ଭବନ ଗୁଡ଼ିକରେ ସ୍ଥାନୀୟ କଳା, ସଂସ୍କୃତି ଓ ସ୍ଥାପତ୍ୟର ଉପାଦାନ ସ୍ଥାନ ପାଇଛି, ଯାହା ସମ୍ପୃକ୍ତ ଅଞ୍ଚଳର ସ୍ୱତନ୍ତ୍ର ଐତିହ୍ୟକୁ ପ୍ରତିଫଳିତ କରୁଛି। ଏହି ରୂପାନ୍ତରିତ ଷ୍ଟେସନଗୁଡ଼ିକ ଯାତ୍ରୀଙ୍କ ସୁବିଧାକୁ ଯଥେଷ୍ଟ ବୃଦ୍ଧି କରିବ, ଆଞ୍ଚଳିକ ସଂଯୋଗକୁ ସୁଦୃଢ଼ କରିବ ଏବଂ ପର୍ଯ୍ୟଟନ, ବାଣିଜ୍ୟ ତଥା ସ୍ଥାନୀୟ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବ ବୋଲି ଆଶା କରାଯାଉଛି। ଏହା 'ବିକଶିତ ଭାରତ'ର ଦୃଷ୍ଟିକୋଣ ଅନୁଯାୟୀ ବିଶ୍ୱସ୍ତରୀୟ ରେଳ ଭିତ୍ତିଭୂମି ଗଢ଼ି ତୋଳିବା ପାଇଁ ଭାରତୀୟ ରେଳବାଇର ପ୍ରତିବଦ୍ଧତାକୁ ପୁନର୍ବାର ସୁନିଶ୍ଚିତ କରୁଛି।

ଏହି ଅବସରରେ ସମ୍ବଲପୁର ଡିଭିଜନର ତିନୋଟି ଷ୍ଟେସନ ରେ ଉଦ୍ଘାଟନୀ ସମାରୋହ ଆୟୋଜିତ ହୋଇଥିଲା। ବରପାଲି ଷ୍ଟେସନରେ ମାନ୍ୟବର ସାଂସଦ (ଲୋକସଭା), ବରଗଡ, ଶ୍ରୀ ପ୍ରଦୀପ ପୁରୋହିତ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶ୍ରୀ ଭଗବତ ପଧାନ ଅତିଥି ଭାବରେ ଯୋଗ ଦେଇଥିଲେ ଏବଂ ଡିଭିଜନାଲ ରେଳ ପ୍ରବନ୍ଧକ, ସମ୍ବଲପୁର, ଶ୍ରୀ ସୁବାଷ ଚନ୍ଦ୍ର ଚୌଧୁରୀ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ବଲାଙ୍ଗୀର ଷ୍ଟେସନରେ ମାନ୍ୟବର ସାଂସଦ (ଲୋକସଭା) ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ, ମାନ୍ୟବର ବିଧାୟକ, ବଲାଙ୍ଗୀର, ଶ୍ରୀ କଲିକେଶ ନାରାୟଣ ସିଂ ଦେଓ, ବଲାଙ୍ଗୀର ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶ୍ରୀ କୈଳାସ ଚନ୍ଦ୍ର ମେହେର ଅତିଥି ଭାବରେ ଯୋଗ ଦେଇଥିଲେ। ମୁଖ୍ୟ ମେକାନିକାଲ୍ ଇଞ୍ଜିନିୟର୍ (ଇନ୍ଏଚ୍ଏମ୍) / ଭୁବନେଶ୍ଵର ଏବଂ ସମ୍ବଲପୁରର ବରିଷ୍ଠ ଡିଭିଜନାଲ ବାଣିଜ୍ୟ ପ୍ରବନ୍ଧକ, ଶ୍ରୀମତୀ ଗରିମା ତିୱାରୀ ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। କେସିଙ୍ଗା ଷ୍ଟେସନରେ ମାନ୍ୟବର ବିଧାୟକ, ଧର୍ମଗଡ, ଶ୍ରୀ ସୁଧୀର ରଞ୍ଜନ ପଟ୍ଟଯୋଶୀ ଏବଂ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଶ୍ରୀ ପଟାୟତ କୁମାର ସାହୁ ଅତିଥି ଭାବରେ ଯୋଗ ଦେଇଥିଲେ ଏବଂ ଶ୍ରୀ ମଞ୍ଜିତ ସିଂ ସନସନୱାଲ, ଅତିରିକ୍ତ ଡିଭିଜନାଲ ରେଳ ପ୍ରବନ୍ଧକ, ସମ୍ବଲପୁର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ । ସ୍ଥାନୀୟ ସରପଞ୍ଚ, ମହାବିଦ୍ୟାଳୟର ଅଧ୍ୟକ୍ଷ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଛାତ୍ରଛାତ୍ରୀ, ଏନଜିଓ, କେନ୍ଦ୍ର ଏବଂ ରାଜ୍ୟ ସରକାର ଅଧିକାରୀ, ରେଳ କର୍ମଚାରୀ ଏବଂ ସେମାନଙ୍କ ପରିବାର ସଦସ୍ୟ ଏବଂ ବହୁ ସଂଖ୍ୟକ ସ୍ଥାନୀୟ ଜନସାଧାରଣ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande