
ଅହମ୍ମଦାବାଦ, ୧୮ ଜୁଲାଇ (ହି.ସ.) ଶନିବାର ଗୁଜୁରାଟର ଅହମ୍ମଦାବାଦର ଟ୍ୟାଲେଂଟ ବାଣ କାରଖାନାରେ ଅଗ୍ନିକାଣ୍ଡ ଯୋଗୁଁ ଜୀବନ ଏବଂ ସମ୍ପତି କ୍ଷୟକ୍ଷତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠିରୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି, ଆହତମାନଙ୍କୁ ପ୍ରତ୍ୟେକଙ୍କୁ ୫୦,୦୦୦ ଟଙ୍କା ମିଳିବ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି ।
--------------------------
---------------
ହିନ୍ଦୁସ୍ଥାନ ସମାଚାର / ଗଗନ