ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୮ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର, ନୂଆପଡା, ବୌଦ୍ଧ, କନ୍ଧମାଳ । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷାର ସମ୍ଭାବନା ନେଇ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande