
ଭୁବନେଶ୍ୱର, ୧୮ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆସନ୍ତା ୨୦ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଜୁଲାଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା ଏବଂ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ