
ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା
ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ଓଡ଼ିଶାର ରାଜ୍ୟସଭା ସାଂସଦ ଶ୍ରୀ ଅଶ୍ୱିନୀ ବୈଷ୍ଣବଜୀଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା।
ମୁଖ୍ୟମନ୍ତ୍ରୀ କହିଛନ୍ତି
ଯେ, ବିକଶିତ ଭାରତ ସଂକଳ୍ପକୁ ସାକାର କରିବା ଦିଗରେ ଆପଣଙ୍କର ନିରନ୍ତର ପ୍ରୟାସ ସର୍ବଦା
ଅଭିନନ୍ଦନୀୟ। ମହାପ୍ରଭୁ ଶ୍ରୀଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ରାଷ୍ଟ୍ରସେବା ପାଇଁ ଅପାର ଶକ୍ତି
ପ୍ରଦାନ କରନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା