ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ : ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୯ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୯ ଜୁଲାଇ (ହି.ସ.)- ଭୀଷଣ ବର୍ଷା ନେଇ ଆଗାମୀ ୩ ଦିନ ଅର୍ଥାତ୍ ୧୯ ତାରିଖ ସକାଳ ଠାରୁ ଆସନ୍ତା ୨୨ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ଭୀଷଣ ବର୍ଷାର ସମ୍ଭାବନା ନେଇ ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande