
ଭୁବନେଶ୍ୱର, 02 ଜୁଲାଇ (ହି.ସ.) ଆଜି ଭୁବନେଶ୍ୱରରେ “ଶକ୍ତି ବନ୍ଦନାର ମହାଗାଥା - ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣ” ଶୀର୍ଷକ ଜାତୀୟ ଆଲୋଚନାଚକ୍ରରେ ଅନୁଷ୍ଠିତ ହେବ । ଏହି ଆଲୋଚନାଚକ୍ରରେ ଲକ୍ଷ୍ମୀ ପୁରାଣର ସାହିତ୍ୟିକ, ସାଂସ୍କୃତିକ ଓ ସାମାଜିକ ମହତ୍ତ୍ୱ, ନାରୀ ସଶକ୍ତିକରଣ ଏବଂ ସାମାଜିକ ସମାନତାର ବାର୍ତ୍ତା ସମ୍ପର୍କରେ ବିଶିଷ୍ଟ ବିଦ୍ୱାନ, ଗବେଷକ ଓ ବକ୍ତାମାନେ ଆଲୋଚନା କରିବେ।
ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହା ସହିତ ମନ୍ତ୍ରୀ ଆଇନ, ପୂର୍ତ୍ତ ଓ ଅବକାରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ