ଜୁଲାଇ୨୭ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦ ଜୁଲାଇ (ହି.ସ)- ଆଗାମୀ ଜୁଲାଇ୨୭ତାରିଖ,ସୋମବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨,ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୁର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ସକାଳ୮ ଘଟିକା ସମୟରୁ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ
Cm odisha


ଭୁବନେଶ୍ୱର,୨୦ ଜୁଲାଇ (ହି.ସ)- ଆଗାମୀ ଜୁଲାଇ୨୭ତାରିଖ,ସୋମବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨,ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୁର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ସକାଳ୮ ଘଟିକା ସମୟରୁ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ ୨୨ ତାରିଖଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (ଏଚଟିପିପିଏସ୍://ଜନଶୁଣାଣି.ଓଡିଶା.ଜିଓଭି.ଇନ୍/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ୱୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande