ମହାକାଳପଡ଼ାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର
କେନ୍ଦ୍ରାପଡ଼ା, ୨୦ ଜୁଲାଇ(ହି.ସ.) – କେନ୍ଦ୍ରାପଡ଼ା ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ସହ ପ୍ରଶାସନିକ ସେବାକୁ ଲୋକଙ୍କ ଦ୍ୱାରରେ ପହଂଚାଇବା ଉଦ୍ଦେଶ୍ୟରେ ଆଜି ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ରଘୁରାମ ଆର୍. ଆୟରଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋ
ମହାକାଳପଡ଼ାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର


କେନ୍ଦ୍ରାପଡ଼ା, ୨୦ ଜୁଲାଇ(ହି.ସ.) – କେନ୍ଦ୍ରାପଡ଼ା ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ସମାଧାନ ସହ ପ୍ରଶାସନିକ ସେବାକୁ ଲୋକଙ୍କ ଦ୍ୱାରରେ ପହଂଚାଇବା ଉଦ୍ଦେଶ୍ୟରେ ଆଜି ମହାକାଳପଡ଼ା ବ୍ଲକ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ରଘୁରାମ ଆର୍. ଆୟରଙ୍କ ଅଧ୍ୟକ୍ଷତାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା। ଶିବିରରେ ମହାକାଳପଡ଼ା ବ୍ଲକ ଅଂଚଳରୁ ଆସିଥିବା ଅଭିଯୋଗକାରୀମାନେ ସେମାନଙ୍କର ବ୍ୟକ୍ତିଗତ ଓ ସାମୂହିକ ସମସ୍ୟା ଉପସ୍ଥାପନ କରିଥିଲେ। ମୋଟ ୮୦ଟି ଅଭିଯୋଗ ଗ୍ରହଣ କରାଯାଇଥିବାବେଳେ ସେଥିମଧ୍ୟରୁ ୬୨ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୂହିକ ଅଭିଯୋଗ ରହିଥିଲା। ପାନୀୟ ଜଳ ଯୋଗାଣ, ଶିକ୍ଷା, ସ୍ୱାସ୍ଥ୍ୟସେବା, କୃଷି, ବିଦ୍ୟୁତ ସେବା, ଜଳସେଚନ, ବ୍ୟାଙ୍କିଙ୍ଗ ସେବା, ରାସ୍ତାଘାଟ, ରାଜସ୍ୱ ଓ ବିଭିନ୍ନ ସରକାରୀ କଲ୍ୟାଣମୂଳକ ଯୋଜନା ସମ୍ପର୍କିତ ଅଭିଯୋଗ ପ୍ରମୁଖ ରହିଥିଲା। ଗ୍ରହଣ କରାଯାଇଥିବା ଅଭିଯୋଗ ମଧ୍ୟରୁ ୧୮ଟି ମାମଲାର ସ୍ଥଳରେ ତୁରନ୍ତ ସମାଧାନ କରାଯାଇଥିଲା। ସେହିପରି ଜଣେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି(ସିଏମ୍ଆର୍ଏଫ୍)ରୁ ୫ ହଜାର ଟଙ୍କା ଆର୍ôଥକ ସହାୟତା ମଞ୍ଜୁର କରାଯାଇଥିଲା। ଅବଶିଷ୍ଟ ଅଭିଯୋଗଗୁଡ଼ିକର ଶୀଘ୍ର ଓ ପ୍ରଭାବଶାଳୀ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗଗୁଡ଼ିକୁ ତୁରନ୍ତ ପ୍ରେରଣ କରାଯାଇଛି। ଏହି ଅବସରରେ ଜିଲ୍ଲାପାଳ ଆୟର ଅଭିଯୋଗଗୁଡ଼ିକର ଗୁରୁତ୍ୱକୁ ଅନୁଧ୍ୟାନ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସମ୍ବେଦନଶୀଳତାର ସହିତ ଅଭିଯୋଗଗୁଡ଼ିକର ଯାଂଚ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସେଗୁଡ଼ିକର ସମାଧାନ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା, ଉପଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼, ମହାକାଳପଡ଼ା ବ୍ଲକର ବିଡିଓ, ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିଥିଲେ। ସୂଚନାଯୋଗ୍ୟ ଯେ, ଜୁଲାଇ ମାସର ପରବର୍ତୀ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆସନ୍ତା ୨୭ ଜୁଲାଇ ୨୦୨୬ ତାରିଖରେ ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ। ଏହି ଶିବିରରେ ଜନସାଧାରଣ ଉପସ୍ଥିତ ରହି ସେମାନଙ୍କର ଅଭିଯୋଗ ଉପସ୍ଥାପନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି।

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande