
ଭୁବନେଶ୍ୱର, ୨୦ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଜୁଲାଇ ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ଘଂଟା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ଘଂଟା ପାଇଁ ୧୪ ଜିଲ୍ଲା, ୨୩ ତାରିଖ ସକାଳ ଠାରୁ ୨୪ ତାରିଖ ସକାଳ ପର୍ଯ୍ୟନ୍ତ ୯ ଜିଲ୍ଲା ଏବଂ ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ଅର୍ଥାତ୍ ୨୫ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ