ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁ ରହସ୍ୟଘେରରେ
Dead body found of a youth
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁ ରହସ୍ୟଘେରରେ


ଝାରସୁଗୁଡ଼ା, ୨୧ ଜୁଲାଇ (ହି.ସ.)- ଝାରସୁଗୁଡ଼ା ଜିଲ୍ଲା ଲଇକେରା ଥାନା ଅନ୍ତର୍ଗତ ନିକ୍ତିମାଲ ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ପୋଖରୀରୁ ଉଦ୍ଧାର ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ଗ୍ରାମର ଶେଷଦେବ ବେହେରା (୪୮)।

ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟାରେ ଶେଷଦେବ ଘରୁ ବାହାରକୁ ଯାଇଥିଲେ। ରାତି ବିଳମ୍ବ ପର୍ଯ୍ୟନ୍ତ ସେ ଘରକୁ ଫେରିନଥିବାରୁ ପରିବାର ସଦସ୍ୟ ଓ ସ୍ଥାନୀୟ ଲୋକେ ବିଭିନ୍ନ ସ୍ଥାନରେ ତାଙ୍କୁ ଖୋଜାଖୋଜି କରିଥିଲେ। ତେବେ ମଙ୍ଗଳବାର ସକାଳେ ଗ୍ରାମର ଏକ ପୋଖରୀରେ ତାଙ୍କ ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପରିବାର ସଦସ୍ୟଙ୍କୁ ଖବର ଦେଇଥିଲେ। ଖବର ପାଇ ଲଇକେରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଆବଶ୍ୟକ ଆଇନଗତ ପ୍ରକ୍ରିୟା ଶେଷ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ୍ୟୁର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ସମସ୍ତ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛି।

ଏନେଇ ଲଇକେରା ଥାନାଧିକାରୀ କୃଷ୍ଣଚନ୍ଦ୍ର ମେହେର କହିଛନ୍ତି ଯେ, ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ। ସେପର୍ଯ୍ୟନ୍ତ ସମସ୍ତ ସମ୍ଭାବ୍ୟ ଦିଗକୁ ନେଇ ତଦନ୍ତ ଜାରି ରହିଛି।

ହିନ୍ଦୁସ୍ଥାନ ସମାଚାର / ସଞ୍ଜୟ


 rajesh pande