
ସମ୍ବଲପୁର, ୨୧ ଜୁଲାଇ (ହି.ସ.)- ହୀରାକୁଦ ଜଳଭଣ୍ଡାରରୁ ୧୦ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୭ଟି ଏବଂ ଡାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଖୋଲା ରହିଛି ।
ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ମଙ୍ଗଳବାର ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ପତନ ୬୧୩.୪୭ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୭ ହଜାର ୫୪୬ କ୍ୟୁସେକ୍ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ୧୦ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ, ପାୱାର ଚେନେଲ, ଶିଳ୍ପ ବ୍ୟବହାର ଓ ବିଭିନ୍ନ କେନାଲ ଦେଇ ମୋଟ୍ ୧ ଲକ୍ଷ ୫୯ ହଜାର ୫୮୧ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସନ ଗତ ରବିବାର ମଧ୍ୟାହ୍ନରୁ ଆରମ୍ଭ ହୋଇଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ