ସିକିମ ସୁଡ଼ଙ୍ଗ ଦୁର୍ଘଟଣାକୁ ନେଇ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ : ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
ନୂଆଦିଲ୍ଲୀ, ୨୧ ଜୁଲାଇ (ହି.ସ.)- ସିକିମର ନାମଚି ଜିଲ୍ଲାରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରି
ସିକିମ ସୁଡ଼ଙ୍ଗ ଦୁର୍ଘଟଣାକୁ ନେଇ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ


ନୂଆଦିଲ୍ଲୀ, ୨୧ ଜୁଲାଇ (ହି.ସ.)- ସିକିମର ନାମଚି ଜିଲ୍ଲାରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ିବା ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ମୋଦି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବା ନେଇ ଘୋଷଣା କରିଛନ୍ତି । ଏହା ବ୍ୟତୀତ ପ୍ରତ୍ୟେକ ଆହତଙ୍କୁ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ଦୁଃଖଦ ଘଟଣାରେ ସେ ଗଭୀର ଦୁଃଖିତ ଏବଂ ଏହି କଠିନ ସମୟରେ ପ୍ରଭାବିତ ପରିବାର ପ୍ରତି ତାଙ୍କର ସମ୍ବେଦନା ରହିଛି । ଆହତମାନଙ୍କୁ ସମସ୍ତ ସମ୍ଭାବ୍ୟ ଚିକିତ୍ସା ସହାୟତା ଯୋଗାଇ ଦିଆଯିବ ବୋଲି ସେ ଭରସା ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande