
ଭୁବନେଶ୍ୱର, 22 ଜୁଲାଇ (ହି.ସ.)- ରମାଦେବୀ ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ ।
ଏହି ଅବସରରେ ସୋସିଆଲ ମିଡିଆ ଏକ୍ସ ହ୍ୟାଣ୍ଡେଲରେ ମୁଖ୍ୟମନ୍ତ୍ରୀ
କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ନାରୀ ସଶକ୍ତିକରଣର ପ୍ରତୀକ ମା' ରମାଦେବୀଙ୍କ
ଶ୍ରାଦ୍ଧ ଦିବସରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ
ସ୍ୱାଧୀନତା ସଂଗ୍ରାମୀ ତଥା ସମାଜ ସଂସ୍କାରକ ମା' ରମାଦେବୀ
ଚୌଧୁରୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା