
ଭୁବନେଶ୍ୱର, ୨୩ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ୨୪ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ଏବଂ ୨୮ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷାର ସମ୍ଭାବନା ନେଇ ଆସନ୍ତା ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଭୀଷଣ ବର୍ଷାର ସମ୍ଭାବନା ନେଇ ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ