
ଭୁବନେଶ୍ୱର, ୨୩ ଜୁଲାଇ (ହି.ସ.)- ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୨୩ ତାରିଖ ସକାଳ ଠାରୁ ୨୮ ତାରିଖ ସୁଦ୍ଧା ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆସନ୍ତା ୨୪ ତାରିଖ ସକାଳ ଠାରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ୧୬ ଜିଲ୍ଲା, ୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲା, ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୧୪ ଜିଲ୍ଲା ଏବଂ ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ