
ଭୁବନେଶ୍ୱର, ୨୪ ଜୁଲାଇ (ହି.ସ.)- ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୨୪ ତାରିଖ ସକାଳ ଠାରୁ ଆସନ୍ତା ୩୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣରୁ ଅତି ଭୀଷଣ ବର୍ଷାର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୨ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷାର ସମ୍ଭାବନା ନେଇ ୭ ଜିଲ୍ଲା(ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୫ ତାରିଖ ସକାଳ ଠାରୁ ୨୬ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା(କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କଟକ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ସକାଳ ଠାରୁ ୨୭ ତାରିଖ ସକାଳ ପର୍ଯ୍ୟନ୍ତ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ ତାରିଖ ସକାଳ ଠାରୁ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖ ସକାଳ ଠାରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ଭୀଷଣ ବର୍ଷା ନେଇ ୨୯ ତାରିଖ ସକାଳ ଠାରୁ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୪ ଜିଲ୍ଲା ଏବଂ ୩୦ ତାରିଖ ସକାଳ ଠାରୁ ୩୧ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ