ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ
ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲ
ସ୍ୱାଧୀନତା ସଂଗ୍ରାମୀ     ବିମ୍ବାଧର ମୁଦୁଲିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ


ଭୁବନେଶ୍ୱର, 24 ଜୁଲାଇ (ହି.ସ.)- ସ୍ୱାଧୀନତା

ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ

କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ

ସ୍ୱାଧୀନତା ସଂଗ୍ରାମୀ ବିମ୍ବାଧର ମୁଦୁଲିଙ୍କ ଦେହାନ୍ତ ଖବର ପାଇ ମୁଁ ଅତ୍ୟନ୍ତ ଦୁଃଖିତ।

ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ଦେଶ ପାଇଁ ତାଙ୍କର ଅସୀମ ଅବଦାନ ଓ ନିସ୍ୱାର୍ଥପର ସେବା ଆମ ଇତିହାସରେ ସଦା ସୁବର୍ଣ୍ଣ

ଅକ୍ଷରରେ ଲିପିବଦ୍ଧ ହୋଇରହିବ। ଏହି ଦୁଃଖଦ

ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗ ଓ ଅନୁଗାମୀମାନଙ୍କୁ ଗଭୀର ସମବେଦନା ଜଣାଇବା ସହ

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରୁଛି । ଓମ୍

ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande